ସୁଜାତା ଆର୍‌ କାର୍ତ୍ତିକେୟନ୍‌ଙ୍କୁ ଅର୍ଥ ବିଭାଗକୁ ବଦଳି

ନୂଆଦିଲ୍ଲୀ, ୩/୦୫: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରିଣୀ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଆଜି ବଦଳି ହୋଇଛି। ୨୦୦୦ ବ୍ୟାଚ୍‌ର ଆଇଏଏସ୍ ତାଙ୍କୁ ମିସନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।ନିର୍ବାଚନ କମିସନଙ୍କ କଡ଼ା ଆଭିମୁଖ୍ୟ ଓ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଆଜି ବିଜେଡି ନେତା ଭି.କେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ବଦଳି କରିଛନ୍ତି।