ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ଭୁବନେଶ୍ୱର,୪/୦୫: ଆଗକୁ ଆସୁଛି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାରିମଧ୍ୟରେ ଆଜି ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । ଉତ୍ତର ଘୁମୁସର ବନଖଣ୍ଡ ଅଞ୍ଚଳରୁ ୨୫ଟି ରଥକାଠ ପୁରୀରେ ପହଞ୍ଚିିଛି । ୨୫ଟି କାଠ ମଧ୍ୟରେ ୨୩ଟି ୪୦ ଫୁଟିଆ ଅସନ ଓ ୨ଟି ୪୦ ଫୁଟିଆ ଧଉରା କାଠ ରହିଛି । ଅସନ କାଠ ଗୁଡିକ ରଥର ଗୟଳ ଓ ଦଣ୍ଡା ଏବଂ ଧଉରା କାଠ ରଥର ଅଖ କାର୍ଯ୍ୟରେ ଲାଗିବ । ଗତବର୍ଷ ଠାରୁ ୫୩ ଖଣ୍ଡ କାଠ ବଳକା ହୋଇ ରହିଥିବା ବେଳେ ଚଳିତ ବର୍ଷ ଆଉ ୮ ଶହ ୧୨ ଖଣ୍ଡ କାଠର ଆବଶ୍ୟକତା ରହିଛି। ୧୫୨ କାଠ ରଥଖଳାରେ ଏବଂ ୩୩ ଟି କାଠ କରତ କଳରେ ପହଞ୍ଚିି ସାରିଛି ।