ବାୟୋଟେକ୍ ସେଣ୍ଟର ଅଫ୍ ଏକ୍ସିଲେନ୍ସ ପ୍ରତିଷ୍ଠା ଦାବିିରେ କେନ୍ଦ୍ରମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର, ୧୭/୨: ରାଜଧାନୀ ଭୁବନେଶ୍ୱରରେ ବାୟୋଟେକ୍ ସେଣ୍ଟର ଅଫ୍ ଏକ୍ସିଲେନ୍ସ ପ୍ରତିଷ୍ଠା ଦାବିିରେ ଆଜି କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ସେ ଭୁବନେଶ୍ୱର ଲାଇଫ୍ ସାଇନ୍ସ ଇନ୍‌ଷ୍ଟିଚ୍ୟୁଟ୍‌ରେ ପ୍ରତିଷ୍ଠା ପାଇଁ ହସ୍ତକ୍ଷେପ ଲୋଡ଼ିଛନ୍ତି।

ଏହାସହ ପ୍ରଧାନମନ୍ତ୍ରୀଙ୍କ ସମୁଦ୍ର ଆଧାରିତ ନୀଳ ଅର୍ଥନୀତିର ଅଭିବୃଦ୍ଧିରେ ଏହା ସହାୟକ ହେବ ବୋଲି ସେ କହିଛନ୍ତି। ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦେବା ସ୍ଥାନର ସୁରକ୍ଷା ପାଇଁ  ଏହା ଭଲ ପଦକ୍ଷେପ ହେବ।