ବ୍ରହ୍ମପୁରର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୬/୦୫: ବ୍ରହ୍ମପୁରର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର କନିଷି ସଭାରେ ପହଞ୍ଚିଛନ୍ତି ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଏଥିପାଇଁ କନିଷିରେ ଦଳ ପକ୍ଷରୁ ବିଶାଳ ଜନସମାବେଶ ଆୟୋଜନ କରାଯାଇଛି । କନିଷି କାର୍ଯ୍ୟକ୍ରମ ଶେଷ ହେବା ପରେ ନବରଙ୍ଗପୁର ଚିକିଲିଗାଁ ପଡ଼ିଆରେ ମୋଦୀ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୋଦୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ସୂଚନାଯୋଗ୍ୟ ଯେ ଗତକାଲି ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ଭୁବନେଶ୍ୱରରେ ପହଞ୍ଚିଥିଲେ । ବିମାନବନ୍ଦରରେ ପହଂଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ମୋଦୀଙ୍କୁ ସ୍ୱାଗତ କରାଯାଇଥିଲା । ଏହାପରେ ସ୍ୱତନ୍ତ୍ର କାରକେଡରେ ରାଜଭବନ ଯାଇଥିଲେ ପ୍ରଧାନମନ୍ତ୍ରୀ ।