ଆଜି ୧୧ଜିଲ୍ଲାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୭/୨: ରାଜ୍ୟରେ ଏବେ କିଛି ଦିନ ହେବ ଖରା ସହ ଗରମ ଅନୁଭବ ଆରମ୍ଭ ହୋଇଗଲାଣି। ଏହାରି ମଧ୍ୟରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି। ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବର୍ଷା ଓ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ୧୧ ଜିଲ୍ଲା ଗୁଡିକ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଓ ଭଦ୍ରକ।