ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୦୭/୦୫: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ। ସବୁଠି ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ।