ରାଜ୍ୟରେ ଆଜିଠୁ ବଢିବ ବର୍ଷା, ପବନ ଓ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮/୦୫: ରାଜ୍ୟରେ ଆଜିଠୁ ବଢିବ ବର୍ଷା । ବିଜୁଳି, ଘଡଘଡି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଆଶଙ୍କା ରହିଛି । ଆଜି ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ । ଏଥିସହ ଅନ୍ୟ କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ଯୋଗୁଁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏବେ ନିମ୍ନ ଚାପ ରେଖା ସକ୍ରିୟ ନାହିଁ । ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଯୋଗୁ ରାଜ୍ୟରେ ବର୍ଷା ହୋଇଥିବା କହିଛନ୍ତି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।