ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ୱର,୧୩/୦୫: ଆଜି ପ୍ରକାଶ ପାଇଛି ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । ୮୭.୯୮ ପାରକ୍ଷାର୍ଥୀ ପାସ୍ କରିଛନ୍ତି । ୨୪ ହଜାର ପରୀକ୍ଷାର୍ଥୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ସେହିଭଳି ୧ଲକ୍ଷ ୧୬ ହଜାର ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ସବୁ ବର୍ଷ ପରି ଏବର୍ଷ ମଧ ଦ୍ୱାଦଶ ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ପରୀକ୍ଷାରେ ଛାତ୍ରୀଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ରହିଛି । ସେହିଭଳି ଛାତ୍ରଙ୍କ ପାସ୍ ହାର ରହିଛି ୮୫. ୧୨ ପ୍ରତିଶତ ରହିଛି ।