୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ, ତନ୍ମଧ୍ୟରୁ ଦୁଇ ଜଣ ହେବେ ଗିରଫ

ଭୁବନେଶ୍ୱର୧୩/୦୫: ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି । ଏହାରିମଧ୍ୟରେ ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ । ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଓ ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ ଅଫିସର ଗିରଫ ହେବେ । ସେହିପରି ଗୋପାଳପୁରର ୧୯୩ ନମ୍ବର ପୁଲିଂ ଷ୍ଟେସନ ପ୍ରିଜାଇଡିଂ ଅଫିସର ସସପେଣ୍ଡ ହେବେ । କାର୍ଯ୍ୟରେ ଗୁରୁତର ଅବହେଳା ଯୋଗଁ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।