ମୁମ୍ବାଇ ଘାଟକୋପରରେ ହୋର୍ଡିଂ ଭୁଶୁଡ଼ିବା ଘଟଣା, ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ନୂଆଦିଲ୍ଲୀ,୧୪/୦୫: ମୁମ୍ବାଇ ଘାଟକୋପର ଅଞ୍ଚଳରେ ଥିବା ଏକ ପେଟ୍ରୋଲ ପମ୍ପରେ ଧୂଳିଝଡ଼ ଓ ବର୍ଷା ସମୟରେ ୧୦୦ ଫୁଟ ଲମ୍ବର ଏକ ବେଆଇନ ବିଜ୍ଞାପନ ହୋର୍ଡିଂ ଭୁଶୁଡ଼ି ଥିଲା। ଯାହାଫଳରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଥିବା ବେଳେ ୭୦ରୁ ଅଧିକ ଆହତ ହୋଇଛନ୍ତି। ଘାଟକୋପର ହୋର୍ଡିଂ ଘଟଣାରେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି ବୋଲି ବିଏମସି ପକ୍ଷରୁ କୁହାଯାଇଛି। ୪୩ ଜଣ ଆହତ ଏବେ ବି ଚିକିତ୍ସାଧୀନ ଥିବା ବେଳେ ୩୧ ଜଣ ଆହତଙ୍କୁ ଡିସଚାର୍ଜ କରାଯାଇଛି।

ହୋର୍ଡିଂ ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଏହି ଖବର ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ରିଲିଫ୍ ଓ ଉଦ୍ଧାର କାର୍ୟ୍ୟରେ ସଫଳତା କାମନା କରୁଛି।