ନାମାଙ୍କନ ଭରିବା ପୂର୍ବରୁ ଦଶାଶ୍ୱମେଧ ଘାଟରେ ପହଁଚି ମା ଗଙ୍ଗାଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୪/୦୫: ଆଜି ବାରଣାସୀ ପ୍ରାର୍ଥୀ ଭାବେ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ଦଶାଶ୍ୱମେଧ ଘାଟରେ ପହଁଚି ମା’ ଗଙ୍ଗାଙ୍କ ପୂଜାର୍ଚ୍ଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହାପରେ କାଳଭୈରବଙ୍କ ମନ୍ଦିର ଯାଇ ସେଠାରେ ମଧ୍ୟ ପୂଚାର୍ଚ୍ଚନା କରିବେ ।ନାମାଙ୍କନ ଭରିବା ପୂର୍ବରୁ ପ୍ରାୟ ୧୦ଟା ୪୫ରେ ଏନଡିଏ ନେତାଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ଦିନ ୧୧ଟା ୪୦ରେ ପ୍ରାର୍ଥୀପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ନାମାଙ୍କନ ଭରିବା ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ । ପ୍ରଧାନମନ୍ତ୍ରୀଙ୍କ ନାମାଙ୍କନ ସମୟରେ ୪ ଜଣ ପ୍ରସ୍ତାବକ ରହିବେ । ପ୍ରଧାନମନ୍ତ୍ରୀଙ୍କ ନାମାଙ୍କନ ପାଇଁ ବାରଣାସୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଜୁନ ୧ ତାରିଖ ତଥା ଶେଷ ପର୍ଯ୍ୟାୟରେ ବାରଣାସୀରେ ନିର୍ବାଚନ ହେବାର ଅଛି ।