ବିଜେଡି ଛାଡିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର,୧୯/୦୫: ବିଜେଡି ଛାଡିଲେ ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ । ଦଳ ସଭାପତିଙ୍କୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ  ଇସ୍ତଫା ଦେଇଛନ୍ତି। ଦଳ ଛାଡିବାର କାରଣ କହିବା ସହ ସୋସିଆଲ ମିଡିଆରେ ନିଜ ଇସ୍ତଫା ପତ୍ର ବାବଦରେ ସୂଚନା ଦେଇଛନ୍ତି ସମୀର ଦାଶ ।ସମୀର କହିଛନ୍ତି, ୨୦୦୬ରୁ ସେ ନିଷ୍ଠାର ସହ ଦଳ ପାଇଁ କାମ କରିଆସୁଛନ୍ତି । ତଥାପି ଦଳ ତାଙ୍କ ଉପରେ ଭରସା କଲାନି । ତାଙ୍କ ଉପରୁ ଦଳ ଆସ୍ଥା ହରାଇଥିବାରୁ ଦଳ ଛାଡିବାକୁ ଉଚିତ ମନେ କରିଛନ୍ତି । ଏହାସହ ସେ ନିଜେ ମଧ୍ୟ ନିମାପଡା , ଗୋପ ବିଜେଡିରୁ ଆସ୍ଥା ହରାଇବା ପରେ ବିଜେଡିରୁ ଇସ୍ତଫା ଦେଇଥିବା କହିଛନ୍ତି ।