ଭୁବନେଶ୍ୱର,୧୯/୦୫: ନିକୋବର, ଦକ୍ଷିଣ-ଆଣ୍ଡାମାନ ସାଗର ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି । କାଁଭାଁ କାଳବୈଶାଖୀ ଦେଖିବାକୁ ମିଳୁଛି । ସେହିପରି ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ ।