ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ, ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ

ଭୁବନେଶ୍ୱର,୨୦/୦୫: ରାଜ୍ୟରେ ଆଗାମୀ ୫ ଦିନ  ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ସେହିପରି ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।