ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ରାଜ୍ୟରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୧/୦୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । କାଲି ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାପରେ ୨୪ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ତେଣୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ତେବେ ଆଗାମୀ ୫ଦିନରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନିଭୂତ ହୋଇ ନେଇପାରେ ଅବପାତ ରୂପ । ବାତ୍ୟା ହେବ କି ନାହିଁ, ଯଦି ହେବ ତୀବ୍ରତା କେତେ ରହିବ, ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନାହିଁ ଭାରତୀୟ ପାଣିପାଗ ବିଭାଗ ।