ମୟୁରଭଂଜ ସଡ଼କ ଦୁର୍ଘଟଣା, ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୨: ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଏହି ଘଟଣା ରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିଲା। ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।