ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ରେମାଲ

ନୂଆଦିଲ୍ଲୀ,୨୬/୦୫: ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲା ଉପକୂଳରେ ଛୁଇଁବ ସ୍ଥଳଭାଗ । ଏନେଇ ପଶ୍ଚିମବଙ୍ଗ ଉପକୂଳ ପାଇଁ ରେଡ ୱାର୍ଣ୍ଣିଂ ଜାରି । ଉତର-ପଶ୍ଚିମ ଓ ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାରରେ ବାତ୍ୟା ଅଧିକ ଘନୀଭୂତ ହେବା ସହ ୬ ଘଂଟା ଧରି ୬ କିଲୋମିଟର ବେଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଗତି କରୁଛି । ବର୍ତମାନ ଏହାର ପଶ୍ଚିମବଙ୍ଗ ସାଗରଦ୍ୱୀପ ଠାରୁ ୨୯୦ ଏବଂ ବାଂଲାଦେଶ ଖେପୁପାରା ଠାରୁ ୩୦୦ କିମି ଦୂରରେ ରହିଛି । ଦୀଘାଠୁ ୩୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ପଶ୍ଚିମବଙ୍ଗରେ ରହିଛି । ମଧ୍ୟରାତ୍ରିରେ ଏହା ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୧୧୦ରୁ ୧୨୦ କିଲୋମିଟର ପ୍ରତିଘଂଟା ରହିବ । ସମୟ ସମୟରେ ଏହା ୧୩୫ କିଲୋମିଟର ପ୍ରତିଘଂଟା ଛୁଇଁବ ବୋଲି ମଧ୍ୟ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।