ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ଫଳାଫଳ, ଓଡ଼ିଶା ପୋଲିସର ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୩/୦୬: ଆସନ୍ତାକାଲି ଓଡ଼ିଶାରେ ନିର୍ବାଚନ ୨୦୨୪ର ଫଳାଫଳ ଘୋଷଣା ହେବ । ଏହି ଘୋଷଣା ହେବାର ପରବର୍ତ୍ତୀ ଆଇନଶୃଙ୍ଖଳା ସ୍ଥିତି ନେଇ ଓଡ଼ିଶା ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି । ଏନେଇ ସଜାଗ ରହିବା ସହ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ପକ୍ଷରୁ ନିିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ନିର୍ବାଚନ ଫଳାଫଳ ଘୋଷଣା ପରେ ହେବାକୁ ଥିବା ଶୋଭାଯାତ୍ରା କିମ୍ବା ସାଧାରଣ ଯାତ୍ରା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସତର୍କ କରାଯାଇଛି । ବିଜୟୀ ପ୍ରାର୍ଥୀ ଓ ପ୍ରତିପକ୍ଷ ଯେପରି ମୁହାଁମୁହିଁ ନହୁଅନ୍ତି ସେଥିପାଇଁ ଶୋଭାଯାତ୍ରା ବା ସଭା ପାଇଁ ସ୍ୱତନ୍ତ୍ର ରୁଟ୍ ଓ ସ୍ଥାନ ନିର୍ଦ୍ଧାରଣ କରିବାକୁ ପ୍ରସ୍ତୁତି ଚାଲିଛି । ଶୋଭାଯାତ୍ରା ଓ ସଭା ସ୍ଥଳରେ ସ୍ୱତନ୍ତ୍ର ବାହିନୀ ଜଗି ରହିବେ ବୋଲି ଡିଜିପି ନିର୍ଦ୍ଦେଶ ଦେଇଛନ୍ତି । ଫଳାଫଳ ଜଣାପଡିବା ପରେ କୌଣସି ପ୍ରକାର ଅପ୍ରିତୀକର ପରିସ୍ଥିତିକୁ ଏଡାଇବା ପାଇଁ ପର୍ଯ୍ୟାପ୍ତ ଦଙ୍ଗା ମୁକାବିଲା ସାମଗ୍ରୀ ଓ ପାଣିମାଡ଼ କରୁଥିବା ଗାଡି ଉପରେ ଗୁରୁତ୍ୱାରୋପ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ।