କେନ୍ଦ୍ର କ୍ୟାବିନେଟର ସୁପାରିଶ ପରେ ୧୭ତମ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୦୫/୦୬: ତୃତୀୟ ପାଳିରେ ସରକାର ଗଢିବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଜନତା ପାର୍ଟି । କେନ୍ଦ୍ର କ୍ୟାବିନେଟର ସୁପାରିଶ ପରେ ୧୭ତମ ଲୋକସଭା ଭଙ୍ଗ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସରକାର ଗଠନ କରିବାକୁ ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୮ତାରିଖ ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନରେନ୍ଦ୍ର ମୋଦୀ ।