ବିଏସକେୱାଇ କାର୍ଡ କାର୍ଯ୍ୟକାରିତାକୁ ନେଇ ଦ୍ୱନ୍ଦ୍ୱ ଭିତରେ ସ୍ପଷ୍ଟିକରଣ ରଖିଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୬/୦୬: ରାଜ୍ୟରେ ବିଏସକେୱାଇ କାର୍ଡ କାର୍ଯ୍ୟକାରିତାକୁ ନେଇ ଦ୍ୱନ୍ଦ୍ୱ ଭିତରେ ସ୍ପଷ୍ଟିକରଣ ରଖିଲା ସ୍ୱାସ୍ଥ୍ୟ ବିଭାଗ । ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ କହିଛନ୍ତି ବିଏସକେୱାଇ ଯୋଜନା ଜାରି ରହିଛି । ବିଏସକେୱାଇକୁ ନେଇ ଘରୋଇ ହସ୍ପିଟାଲ ସହ ରାଜ୍ୟ ସରକାର କରିଥିବା ଏମଓୟୁ ଏବେ ବି ବଳବତର ରହିଛି । ବିଏସକେୱାଇ କାର୍ଡଧାରୀଙ୍କୁ ସ୍ୱାସ୍ଥ୍ୟସେବା ମିଳୁନଥିବା ଖବର ଗୁଜବ । ରାଜ୍ୟରେ ବିଜେପି ସରକାର ଆସିବା ପରେ ସାମଜିକ ଗଣମାଧ୍ୟମରେ ପ୍ରଚାର ହେଉଛି ଯେ ଘରୋଇ ହସ୍ପିଟାଲରେ ବିଏସକେୱାଇରେ ଚିକିତ୍ସା ଅର୍ଥ ଆଉ ପାଇବେ ନାହିଁ । ତେଣୁ ସେମାନେ ଡାକ୍ତରଖାନାରେ ରୋଗୀଙ୍କୁ ଭର୍ତି କରିବାକୁ ଅମଙ୍ଗ ହେଉଛନ୍ତି । କିନ୍ତୁ ସ୍ୱାସ୍ଥ୍ୟ ବିଭାଗ ଏହାକୁ ଗୁଜବ ବୋଲି କହିଛି ।