ପରଲୋକରେ ଫିଲ୍ମ ସିଟିର ବାଦଶାହା ରାମୋଜୀ ରାଓ

ଭୁବନେଶ୍ୱର,୮/୦୬: ଆରପାରିରେ ଫିଲ୍ମ ସିଟିର ବାଦଶାହା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ତାଙ୍କର ଶନିବାର ଭୋର ସମୟରେ ଦେହାନ୍ତ ହୋଇଛି। ତେଲୁଗୁ ଦେଶମ ପାର୍ଟି ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏକ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ । ରାମୋଜି ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଆସୁଥିବା ରାଓଙ୍କ ଅନ୍ତିମ ସଂସ୍କାର ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସ ସ୍ଥିତ ମହାପ୍ରସ୍ଥାନମ୍ ଠାରେ ସମ୍ପନ୍ନ ହେବାର ସୂଚନା ରହିଛି ।