ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର,୧୨/୦୬: ଆଜି ଓଡିଶାକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ। ଗତକାଲି ବହୁ ଚର୍ଚ୍ଚା ଓ ଆକଳନରେ ପୂର୍ଣ୍ଣଛେଦ ପକେଇ  ବିଜେପି ବିଧାୟକ ମୋହନ ମାଝୀଙ୍କ ନାଁ ରେ ମୋହର ମାରିଛି। ଆଜି ଅପରାହ୍ନ ୪ଟା ୫୫ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଶପଥ ପାଠ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ବିଶେଷ କରି ଟ୍ରାଫିକ୍ ବ୍ୟବସ୍ଥାକୁ କଡାକଡି କରାଯାଇଛି । ସେ ଆଜି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଢ଼ିବାକୁ ଯାଉଥିବା ବେଳେ ମୋହନ ମାଝୀ ହୋଇଛନ୍ତି ପ୍ରଥମ ମୁଖ୍ୟମନ୍ତ୍ରୀ ।