ଆରମ୍ଭ ହେଲା ମୋହନ ଯୁଗ, ଓଡିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ୱର,୧୨/୦୬: ଆରମ୍ଭ ହେଲା ମୋହନ ଯୁଗ । ଆଜି ଓଡିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଜନତା ମୈଦାନରେ ଓଡିଶାର ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶାରେ ଆରମ୍ଭ ହେଇଛି ମୋହନ ମାଝୀଙ୍କ ସରକାର । ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେଇଥିଲେ । ମିଳିଥିବା ସୂଚନା ମୁତାବକ, ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ୮ ଜଣ କ୍ୟାବିନେଟ୍ ମନ୍ତ୍ରୀ ଏବଂ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିବେ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି ।