ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ୱର,୧୬/୦୬: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ସେ ୨୦୦୭ରୁ  ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ । ସେ କଂଗ୍ରେସ ସମର୍ଥନରେ ମହାରାଷ୍ଟ୍ରରୁ ରାଜ୍ୟସଭାକୁ ୧୯୮୦ରୁ ୧୯୯୪ ମଧ୍ୟରେ ରାଜ୍ୟସଭାକୁ ଯାଇଥିଲେ । ଏଥି ସହିତ ଭଣ୍ଡାରେ ସୁପ୍ରିମକୋର୍ଟ ବାର ଆସୋସିଏସନର ଦୁଇଥର ସଭାପତି ମଧ୍ୟ ହୋଇଥିଲେ । ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ରାଜ୍ୟପାଳ ରଘୁବାର ଦାସଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରର ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟାନ୍ୟ ରାଜନେତା ମାନେ ମଧ୍ୟ ଶୋକପ୍ରକାଶ କରିଛନ୍ତି ।