ବାଲେଶ୍ୱରରେ ଥମୁନି ହିଂସା, କର୍ଫ୍ୟୁ ଲାଗୁ ସହ ସବୁ ରାସ୍ତା ସିଲ

ଭୁବନେଶ୍ୱର,୧୮/୦୬: ବିଳମ୍ବିତ ରାତିରେ ପୁଣି ଉତ୍ତେଜନା, ପୋଡାଜଳା ପରେ ବାଲେଶ୍ୱରରେ କର୍ଫ୍ୟୁ ଲାଗୁ ହୋଇଛି। ଆଜି ସବୁ ଦୋକାନ ବଜାର ବନ୍ଦ ରହିବା ସହ ବାଲେଶ୍ୱରକୁ ସଂଯୋଗ ସବୁ ରାସ୍ତା ସିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ପରିସ୍ଥିତି ଶାନ୍ତ ନପଡିବା ଯାଏଁ ଘରୁ ନବାହାରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ଏସପି ।ବାଲେଶ୍ୱର ସଦର ସୁନହଟ ଅଞ୍ଚଳରେ ଗତକାଲି ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଯାହାକୁ ନେଇ ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି ।

କିଛି ଘରେ ହିଂସାକାରୀମାନେ ନିଆଁ ଲଗାଇଦେଇଥିବା ବେଳେ ଗାଡି ଭଙ୍ଗା ଭଙ୍ଗାରୁଜା କରିଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପୁଲିସ ଲୁହ ବୁହା ଗ୍ୟାସ ପ୍ରୟୋଗ କରିବା ସହ ଲାଠି ଚାର୍ଜ କରିଛି । ପରିସ୍ଥିତିର ନିୟନ୍ତ୍ରଣ ପାଇଁ ଘଟଣା ସ୍ଥଳରେ ଆଇଜି ଡ. ଦୀପକ କୁମାର ଓ ଏସପି ସାଗରିକା ନାଥ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ସହରରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।