ଆନ୍ତର୍ଜାତିକ ଯୋଗ ଦିବସରେ ଯୋଗ କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧/୦୬: ଆଜି ଆନ୍ତର୍ଜାତିକ ଯୋଗ ଦିବସ । କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ । ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଏହି ଦିନର ଶୁଭାରମ୍ଭ ହୋଇଥିଲା, ଯାହା ଏବେ ୧୦ ବର୍ଷରେ ପହଂଚିଛି । ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରୀନଗରର ଶେର-ଏ-କଶ୍ମୀର ଇଂଟରନ୍ୟାସନାଲ କନଭେନସନ୍ ସେଣ୍ଟରରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଯୋଗ ଦିବସ ସକାଳ ୬ଟା ୪୦ ବେଳେ ଦେଶ ଓ ଦୁନିଆକୁ ବାର୍ତା ଦେବେ ପ୍ରଧାନମନ୍ତ୍ରୀ । ପାଖାପାଖି ୨୦ ମିନିଟର ଅଭିଭାଷଣ ପରେ ସାମୂହିକ ଯୋଗ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପାଖାପାଖି ୭ହଜାର ଲୋକ ସାମିଲ ହୋଇଛନ୍ତି । ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ଥିମ ‘ସ୍ୱୟଂ ଓ ସମାଜ ପାଇଁ ଯୋଗ’ ରଖାଯାଇଛି । ସେହିପରି ଓଡ଼ିଶାରେ ମଧ୍ୟ ଆଜି ଅନ୍ତର୍ଜାତୀୟ ଯୋଗ ଦିବସର ଆୟୋଜନ ହୋଇଛି । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଥିବା ରାଜ୍ୟସ୍ତରୀୟ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।