ରାଜ୍ୟରେ ବଦଳୁଛି ପାଗ, ଆସନ୍ତାକାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବେ ଖୋଲିବ ସ୍କୁଲ

ଭୁବନେଶ୍ୱର,୨୩/୦୬: ରାଜ୍ୟରେ ଧୀରେ ଧୀରେ ବଦଳୁଛି ପାଗ। ତେଣୁ  ଆସନ୍ତାକାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବେ ଖୋଲିବ ସ୍କୁଲ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଯେ, ରାଜ୍ୟରେ ପାଣିପାଗ ବଦଳିଛି, ତେଣୁ ସ୍କୁଲ ସ୍ୱାଭାବିକ ହେବାରେ କୌଣସି ଅସୁବିଧା ହେବ ନାହିଁ । ଏଥିସହିତ ଗଣିତ ଶିକ୍ଷାକୁ ନେଇ ବ୍ଲକ ସ୍ତରୀୟ ପ୍ରଶିକ୍ଷଣ ଦିଆଯିବ । ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବାର ଆବଶ୍ୟକ ରହିଛି ବୋଲି ସେ କହିଛନ୍ତି । ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ଗଣିତରେ ଭଲ ଜ୍ଞାନ ଆସିବ । ସମୟ ସମୟରେ ଏଭଳି ପଦକ୍ଷେପ ନିଆଯିବା ଆବଶ୍ୟକ ରହିଛି ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ।