ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା, ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩/୦୬: ରାଜ୍ୟରେ ଏବେ ବଦଳିଛି ପାଗର ମିଜାଜ। ଗରମ ଓ ଗୁଳୁଗୁଳି ଖରାରୁ ଆଶ୍ୱସ୍ତି ମିଳିଛି। ଏହାରିମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ନୟାଗଡ଼, କନ୍ଧମାଳ, ନୂଆପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ରାୟଗଡ଼ା ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘରୁ ନବାହାରି ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।