ଓଡ଼ିଆ ବିଶ୍ୱବିଦ୍ୟାଳୟର ଡିଜାଇନକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩ା୨: ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଡିଜାଇନକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ର ଯେ ଓଡ଼ିଆ ଭାଷା ବିଶ୍ୱବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୁର୍ତ୍ତବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ବୈଠକରେ ଉପସ୍ଥାପନ କରାଯାଇଥିଲା । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟ ସ୍ଥାପନ କରାଯିବ ।
ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ.ପାଣ୍ଡିଆନ ସଞ୍ଚାଳନ କରିଥିଲେ । ଏଥିରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ ।