ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର,୨୪/୦୬: ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ପୂର୍ବରୁ ୨୪ଟି ଜିଲ୍ଲାକୁ ଛୁଇଁଥିବା ବେଳେ ଏବେ ଆଉ ୬ଟି ଜିଲ୍ଲାକୁ ସଂପୂର୍ଣ୍ଣ ଛୁଇଁଛି । ମୌସୁମୀ ପ୍ରଭାବରେ ୨୬ ତାରିଖରୁ ବର୍ଷାର ପରିମାଣ ବଢିବ । ଆଜି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ ବର୍ଷା ହୋଇପାରେ । ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୭ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।