ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୨୬/୦୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠାରୁୁ ବର୍ଷାର ପରିମାଣ ବଢିବ । ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଂଜ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ । ସେହିପରି ୨୭ ତାରିଖରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଂଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।