ସକ୍ରିୟ ରହିଛି ଲଘୁଚାପ, ରାଜ୍ୟରେ ଆହୁରି ୨ଦିନ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୩୦/୦୬:ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଲାଙ୍ଗୀର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।