ଲୋକସେବା ଭବନକୁ ମୁଣ୍ଡିଆ ମାରି ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ହେଲା ତୃତୀୟ ମହଲା

ଭୁବନେଶ୍ୱର,୪/୦୭: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରକୋଷ୍ଠରେ କାର୍ଯ୍ୟ ଆରମ୍ଭ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ୟ୍ୟ। ଆବଶ୍ୟକ ପଡିଲେ ଆଇନରେ ହେବ ସଂଶୋଧନ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି , ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡ଼ିଆ ଭାଷାରେ ସରକାରୀ କାର୍ୟ୍ୟ ହେବ । ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ ।