ଆସନ୍ତା ୯ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ ନିଷ୍ପତ୍ତି, ଡୁପ୍ଲିକେଟ ଚାବିରେ ନଖୋଲିଲେ ଭଙ୍ଗା ଯିବ ତାଲା

ଭୁବନେଶ୍ୱର, ୬/୦୭: ରତ୍ନଭଣ୍ଡାର ଖୋଲିବା ନେଇ ଆଜି ବୈଠକ ହେବା ପରେ ବଡ ବୟାନ ରଖିଛନ୍ତି ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ । ସେ କହିଛନ୍ତି, ‘ଶ୍ରୀଜଗନ୍ନାଥ ମନ୍ଦିର ସମ୍ମିଳନୀ କକ୍ଷରେ ବୈଠକରେ ୧୮ଜଣ ପ୍ରତ୍ୟକ୍ଷ ଉପସ୍ଥିତିରେ ରତ୍ନଭଣ୍ଡାର ସମ୍ପର୍କୀତ ସମସ୍ତ ଦିଗକୁ ଅନୁଧ୍ୟାନ କରାଯିବା ସହ ସମସ୍ତ ନଥିପତ୍ର ଯାଞ୍ଚ କରାଯାଇଛି । ରତ୍ନଭଣ୍ଡାରର ଡୁପ୍ଲିକେଟ୍ ଚାବି ଥିବା ସ୍ପଷ୍ଟ ହୋଇଛି । ଏହାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅନୁଧ୍ୟାନରେ ଅଣାଯିବ ଏବଂ ରତ୍ନଭଣ୍ଡାର ଖୋଲାଯିବାକୁ ନିଷ୍ପତ୍ତି ହୋଇଛି । କିନ୍ତୁ ଯେହେତୁ ଚାବି ଦୀର୍ଘ ଦିନର ହେଲାଣି ତେଣୁ ଏଥିରେ ହୁଏତ କଳଙ୍କି ଲାଗିଥାଇପାରେ । ଯଦି ଏହି ଚାବିରେ ରତ୍ନଭଣ୍ଡାର ନଖୋଲେ ତାହେଲେ ତାଲା ଭଙ୍ଗାଯିବ । ଏନେଇ ସରକାରଙ୍କୁ ଜଣାଇଦେବା ପରେ ତାଙ୍କ ପକ୍ଷରୁ ଯେଉଁ ଏସଓପି ଜାରି କରାଯିବ ଯାହାକୁ ନେଇ ନିଷ୍ପତ୍ତି କାର୍ଯ୍ୟକାରୀ ହେବ । ଏନେଇ ଆସନ୍ତା ୯ ତାରିଖ ଦିନ ୧୦ଟାରେ ପରବର୍ତ୍ତୀ ବୈଠକ ବସିବ’ ।ତେବେ ଯଦି ଡୁପ୍ଲିକେଟ ଚାବିରେ ତାଲା ଖୋଲେ ତାହେଲେ ପ୍ରଥମ କାମ ହେଲା ରତ୍ନଭଣ୍ଡାରର ମରାମତି କରାଯିବ । ଏହାପରେ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ମଣତି ଗଣତି କରାଯିବ ।