ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଭୁବନେଶ୍ୱର,୧୯/୦୭: ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।  ବିମାନ ବନ୍ଦରରୁ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ ନେତା, ମନ୍ତ୍ରୀ ।ଆଜିଠାରୁ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ବିଜେପିର ଦଳୀୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ନଡ୍ଡା । ଆଜି ସକାଳ ୧୦ଟା ୩୦ରେ ବୈଠକ ହେବ। ଅପରାହ୍ନ ୨.୩୦ରେ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ଜେ.ପି. ନଡ୍ଡା । ଏହା ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିବେ।