ମୁଖ୍ୟ ଶାସନ ସଚିବଙ୍କ କେନ୍ଦୁଝର ଗସ୍ତ

ଭୁବନେଶ୍ୱର, ୨୮/୨: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି କେନ୍ଦୁଝର ଗସ୍ତ କରିଛନ୍ତି । ସେଠାରେ ପହଞ୍ଚି ଜିଲ୍ଲାପାଳ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ଏହାସହ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ଜଳସେଚନ ପ୍ରକଳ୍ପ, ସଡ଼କ ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା ମଧ୍ୟ କରିଛନ୍ତି ।