ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ

ଭୁବନେଶ୍ୱର, ୨୯/୦୭: ଆଜି ବିଧାନସଭା ଅଧିବେଶନର ଷଷ୍ଠ ଦିନ। ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଅଗ୍ନିବୀର ଓ ସେମାନଙ୍କ ୟୁନିଫର୍ମ ଉପରେ ସଂରକ୍ଷଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଗୃହରେ ପଢ଼ି ଶୁଣାଉଥିବା ବେଳେ ଗୃହରେ ଉଦବେଗ ପ୍ରକାଶ କରିଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି ।ଗୃହ ବାହାରେ ମୁଖ୍ୟମନ୍ତ୍ରୀଙ୍କ କରିଥିବା ଘୋଷଣାକୁ ଗୃହ ଭିତରେ ସଂସଦୀୟ ମନ୍ତ୍ରୀ ଦୁଇ ଦିନ ପରେ ଘୋଷଣା କରିଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ ଏହାକୁ ଗୃହରେ କାହିଁକି ଘୋଷଣା କଲେ ନାହିଁ ? ଗୃହକୁ ବିଶ୍ୱାସକୁ ନେଲେ ନାହିଁ ମୁଖ୍ୟମନ୍ତ୍ରୀ, ଗୃହର ମର୍ୟ୍ୟାଦା ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ବିଧାନସଭା ଇତିହାସରେ ଏକ କଳଙ୍କିତ ଅଧ୍ୟାୟ । ତେଣୁ ସ୍ୱାଧିକାରକୁ ଗ୍ରହଣ କରିବାକୁ ଦାବି କଲେ ତାରା ବାହିନୀପତି ।

ସୂଚନାଯୋଗ୍ୟ ଯେ ଗତ ୨୬ ତାରିଖରେ ଗୃହ ଚାଲିଥିବା ବେଳେ ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ।