ଆଗାମୀ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨/୦୮: ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ଦୁଇ ଦିନ ପର୍ୟ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଜାରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେସବୁ ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର । ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନଗୁଡ଼ିକକୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ୪ ଓ ୫ ତାରିଖରେ ଉତର ଉପକୂଳର ଅନେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ରାସ୍ତା ଜଳମଗ୍ନ ଏବଂ ତଳିଆ ଅଞ୍ଚଳ ଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହାସହିତ ମତ୍ସ୍ୟଜୀବୀମାନଙ୍କୁ ସର୍ତକ ରହିବାକୁ କୁହାଯାଇଛି।