୭ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୬/୦୮: ରାଜ୍ୟର ଏବେ ଲାଗି ରହିଛି ବର୍ଷା। ଏଭଳି ସ୍ଥିତିରେ ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ । ଏହି ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୭ ତାରିଖ ବେଳକୁ ବର୍ଷାର ପରିମାଣ ଆହୁରି ବଢିବା ନେଇ ଆକଳନ କରାଯାଇଛି ।