ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୪ଘଣ୍ଟା ସାଧରଣ ଦର୍ଶନ ବନ୍ଦ

ଭୁବନେଶ୍ୱର,୬/୦୮: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏହି ଗୁପ୍ତ ସେବା ନୀତି ଯୋଗୁ ଆସନ୍ତାକାଲି ପ୍ରାୟ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।