ରାଜଧାନୀ ଭୁବନେଶ୍ୱରରୁ ଆଜି ୨୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୧୦(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୨୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୦୭ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୪୧କୁ ବୃଦ୍ଧି ପାଇଥିବା ବେଳେ ୨୪୪୫୦ଜଣ ସୁସ୍ଥ ହୋଇଛନ୍ତି ଓ ୧୪୦ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୨୮୩୦ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।