ଆସନ୍ତାକାଲିଠୁ ପୁଣି ବଢିବ ବର୍ଷା, ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୨/୦୮: ଆଜି ପାଗ ଶୁଖିଲା ରହିବାକୁ ଥିବା ବେଳେ ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷାର ପରିମାଣ କମିପାରେ। ୧୪ରେ କେବଳ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆଜି ପାଇଁ କୌଣସି ୱାର୍ଣ୍ଣିଂ ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ।