ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ବଡ ଘୋଷଣା, ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ମିଳିବ ଦିନେ ଛୁଟି

ଭୁବନେଶ୍ୱର,୧୫/୦୮: ଆଜି ସ୍ୱାଧିନତା ଦିବସ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ବଡ ଘୋଷଣା କରିଛନ୍ତି । ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି । ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା ହୋଇଥିବା ଏହି ନିୟମ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ପାଇଁ ଲାଗୁ ହେବ। ରାଜ୍ୟ ସରକାର ଖୁବଶୀଘ୍ର ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯାଉଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରଥମ ୧୦୦ ଦିନିଆ କାର୍ଯ୍ୟ ଭିତରେ ଏପରି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା। ଏହା ଏବେ କାର୍ଯ୍ୟକାରୀ ହେବାକୁ ଯାଉଛି । ପୂର୍ବରୁ ବିହାର ଓ କେରଳ ସରକାର ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ଛୁଟି ଦେଉଛନ୍ତି। ଏବେ ଓଡ଼ିଶା ମହିଳା କର୍ମଚାରୀଙ୍କ ପାଇଁ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଉଭୟ ସରକାରୀ ଓ ଘରୋଇ ସଂସ୍ଥାର କାମ କରୁଥିବା ମହିଳାଙ୍କୁ ମିଳିବ ଏହି ସୁବିଧା। ଏହି ଛୁଟି ଅପସନାଲ ରହିବ।