ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୯/୦୮: ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ସକାଳ ୮ଟା ୩୦ ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏବେ ସଦୃଶ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ରୁ ବର୍ଷାର ପ୍ରଭାବ କମିବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।