କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା, ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର,୨୦/୦୮: କୋଲକାତା ଆରଜି କର ମେଡ଼ିକାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ । ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ଏହା ପୂର୍ବରୁ ସର୍ବୋଚ୍ଚ ଅଦାଲତ ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଏବଂ ଡାକ୍ତରଖାନାରେ ଭଙ୍ଗାରୁଜା ମାମଲାରେ ସମସ୍ତ ତଥ୍ୟ ମଗାଇ ଏହାର ଅନୁଧ୍ୟାନ କରିଛନ୍ତି। ଅଗଷ୍ଟ ୯ତାରିଖରେ କୋଲକାତାର ଆରଜି କର କଲେଜ ଓ ହସ୍ପିଟାଲର ଏକ ସେମିନାର ହଲରେ ଟ୍ରେନି ଡାକ୍ତର ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଏହାକୁ ନେଇ ୧୮ ତାରିଖରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା। ସପ୍ତାହେ ବ୍ୟାପୀ ଏନେଇ ଡାକ୍ତର ମାନଙ୍କ ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନ ଜାର ରହିଥିବା ବେଳେ ଆଜି ଏହା ଉପରେ ଶୁଣାଣି ହେବାକୁ ଯାଉଛି।