ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ, ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧/୦୮: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତ ବ୍ୟକ୍ତିଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ବି ହୋଇଛନ୍ତି । ବଜ୍ରାଘାତରେ ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।  ଖାଲି ସେତିକି ନୁହେଁ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।