ନବୀନଙ୍କ ସହ ସାକ୍ଷାତ କଲେ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ

ଭୁବନେଶ୍ୱର,୨୨/୦୮: ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ନବୀନ ପଟ୍ଟନାୟକ ଖେଳାଳିମାନଙ୍କୁ ଉପଢ଼ୌକନ ଓ ରୁପା ତାରାକସିର କୋଣାର୍କ ଚକ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ନବୀନ ଖେଳାଳୀମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚସ୍ତରକୁ ନେବାକୁ କାମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ।

ଖେଳାଳୀମାନେ ସେମାନଙ୍କ ସ୍ଵାକ୍ଷର ସମ୍ବଳିତ ଜର୍ସି ନବୀନଙ୍କୁ ପ୍ରଦାନ କରିଥିଲେ। ଭାରତୀୟ ହକି ଦଳ ସବୁବେଳେ ଓଡିଶା ତଥା ଓଡିଶାବାସୀଙ୍କ ନିକଟରେ ସେମାନଙ୍କ ସହଯୋଗ ଓ ସମର୍ଥନ ପାଇଁ କୃତଜ୍ଞ ରହିବ ବୋଲି ହକି ଦଳ ଖେଳାଳି କହିଥିଲେ।