ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା, ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର,୨୪/୦୮: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ  ଅବସରରେ ମହାପ୍ରଭୁଙ୍କୁ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ରୁ ସଂଧ୍ୟା ୬ଟା ଅର୍ଥାତ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।