ଭିଜିଲାନ୍ସ ଜାଲରେ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ

ଭୁବନେଶ୍ୱର,୨୮/୦୮: CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ଥିବା ୨ଟି ଘର ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ଚାଲିଛି। ଭୁବନେଶ୍ବର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରରେ ଥିବା ପୈତୃକ ଘରେ ଏକକାଳୀନ ଚଢାଉ ଚାଲିଛି।

ଏପଟେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ପୋଲିସ ବାବୁ। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କବଜାରେ ପଡିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାର ଏଏସଆଇ ରଜନୀକାନ୍ତ ଦାସ। ଏକ ମାମଲାର ରଫାଦଫା କରିବା ପାଇଁ ସେ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଦାବି କରିଥିଲେ ।