ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଅତିପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର,୨୯/୦୮: ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପରେ ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତାହାକୁ ନଜରରେ ରଖି ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜିଲ୍ଲାପାଳମାନଙ୍କୁ ଏ ନେଇ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେଣୁ ୩୦ ଓ ୩୧ରେ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।